Achira News Logo
Achira News

କଲେଜ ଏବଂ ବିଶ୍ୱବିଦ୍ୟାଳୟଗୁଡ଼ିକରେ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ ଶିକ୍ଷା କାର୍ଯ୍ୟକ୍ରମର ଶୁଭାରମ୍ଭ କଲେ ଓଡ଼ିଶା ସରକାର

Prameya
କଲେଜ ଏବଂ ବିଶ୍ୱବିଦ୍ୟାଳୟଗୁଡ଼ିକରେ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ ଶିକ୍ଷା କାର୍ଯ୍ୟକ୍ରମର ଶୁଭାରମ୍ଭ କଲେ ଓଡ଼ିଶା ସରକାର
Full News
Share:

ଭୁବନେଶ୍ଵର, ୨୦/୦୩ : AI ଶିକ୍ଷାକୁ ମିଳିବ ଉଡାଣ। କଲେଜରେ ଆରମ୍ଭ ହେବ AI ଶିକ୍ଷା। ଉଚ୍ଚ ଶିକ୍ଷାନୁଷ୍ଠାନରେ ଆରମ୍ଭ ହେବ 'AI for ALL' ପାଠ୍ୟକ୍ରମ। ରମାଦେବୀ ବିଶ୍ୱବିଦ୍ୟାଳୟରେ AI & ROBOTICS CENTER of EXCELLENCE ଖୋଲାଯାଇଛି। Odisha State Open University, ସମ୍ବଲପୁରରେ କଳା ସ୍ନାତକୋତର ଦ୍ଵିତୀୟ ସେମିଷ୍ଟାରରେ AI ପାଠ୍ୟକ୍ରମ ପଢା ଯାଉଛି। ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ବିଧାନସଭାରେ ଏନେଇ ଲିଖିତ ଉତ୍ତର ରଖିଛନ୍ତି। ସେହିପରି ବିଶ୍ଵବିଦ୍ୟାଳୟରେ ଆସିଷ୍ଟାଣ୍ଟ ପ୍ରଫେସର ମରୁଡ଼ି ନେଇ ବିଧାନସଭାରେ ଉଦବେଗ ପ୍ରକାଶ ପାଇଛି। ଉଚ୍ଚଶିକ୍ଷା ମନ୍ତ୍ରୀ କହିଛନ୍ତି ଯେ, ୧୭ଟି ବିଶ୍ଵବିଦ୍ୟାଳୟରେ ୭୦୯ ଆସିଷ୍ଟାଣ୍ଟ ପ୍ରଫେସର ପଦ ଖାଲି ପଡ଼ିଛି। ୪୬୧ ଆସୋସିଏଟ୍ ଓ ୨୬୪ ପ୍ରଫେସର ପଦ ପୂରଣ ହୋଇନି। ଅଣଶିକ୍ଷକ ନିଯୁକ୍ତି ସରକାରଙ୍କ ମୁଣ୍ଡବ୍ୟଥାର କାରଣ ପାଲଟିଛି। ୨୩୨୫ ଅଣଶିକ୍ଷକ ପଦ ପୂରଣ କରିବା ବାକି ଅଛି। ଏହି ଖବରଟିକୁ ପଢନ୍ତୁ-ଜମି ନେଇ ଶିଳ୍ପ କରୁନଥିବା ଶିଳ୍ପାନୁଷ୍ଠାନ ଉପରେ ସରକାରଙ୍କ ବଡ଼ ଆକ୍ସନ, ୨୫ଟି ଅନୁଷ୍ଠାନକୁ କାରଣ ଦର୍ଶାଅ ନୋଟିସ୍

Disclaimer: This content has not been generated, created or edited by Achira News.
Publisher: Prameya

Want to join the conversation?

Download our mobile app to comment, share your thoughts, and interact with other readers.

କଲେଜ ଏବଂ ବିଶ୍ୱବିଦ୍ୟାଳୟଗୁଡ଼ିକରେ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ ଶିକ୍ଷା କାର୍ଯ୍ୟକ୍ରମର ଶୁଭାରମ୍ଭ କଲେ ଓଡ଼ିଶା ସରକାର | Achira News