Achira News Logo
Achira News

ଘୂର୍ଣ୍ଣିବଳୟ ପ୍ରଭାବରେ ଓଡ଼ିଶାର ଜିଲ୍ଲାଗୁଡ଼ିକରେ ବଜ୍ରପାତ

Samaja
ଘୂର୍ଣ୍ଣିବଳୟ ପ୍ରଭାବରେ ଓଡ଼ିଶାର ଜିଲ୍ଲାଗୁଡ଼ିକରେ ବଜ୍ରପାତ
Full News
Share:

ଭୁବନେଶ୍ବର: କାଳବୈଶାଖୀ ପ୍ରଭାବରେ ଆସନ୍ତା ୨୨ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବିଜୁଳି, ଘଡ଼ଘଡ଼ି ସହିତ ବର୍ଷା ହୋଇପାରେ। ବିଶେଷ କରି ଆସନ୍ତା ୨୪ଘଣ୍ଟା ମଧ୍ୟରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି ଏବଂ କନ୍ଧମାଳ ଜିଲାର କିଛି ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ସମ୍ଭାବନା ରହିଛି। ଉପରୋକ୍ତ ଜିଲାଗୁଡିକ ମଧ୍ୟରୁ କିଛି ସ୍ଥାନରେ ଘଣ୍ଟା ପ୍ରତି ୩୦ରୁ ୪୦କି.ମି. ବେଗରେ ପବନ ବହିପାରେ। ଏଥିପାଇଁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ, ପୁରୀ, ଖୋରଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ମୟୂରଭଞ୍ଜ, କେନ୍ଦୁଝର ଏବଂ ବାଲେଶ୍ବର ଜିଲାର କିଛି ଅଞ୍ଚଳରେ ବିଜୁଳି, ଘଡ଼ଘଡ଼ି ସହିତ ବର୍ଷା ହୋଇପାରେ। ଗତ ୨୪ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ସର୍ବାଧିକ ତାପମାତ୍ରା ୩୬ ଡିଗ୍ରୀକୁ ହ୍ରାସ ପାଇଛି। ପଶ୍ଚିମ, ଦକ୍ଷିଣ, ଆଭ୍ୟନ୍ତରୀଣ ଓଡ଼ିଶାରେ ଦିନ ତାପମାତ୍ରା ବଢ଼ୁଥିବା ବେଳେ କାଳବୈଶାଖୀ ପ୍ରଭାବରେ ସର୍ବାଧିକ ତାପମାତ୍ରା କମିଛି।

Disclaimer: This content has not been generated, created or edited by Achira News.
Publisher: Samaja

Want to join the conversation?

Download our mobile app to comment, share your thoughts, and interact with other readers.

ଘୂର୍ଣ୍ଣିବଳୟ ପ୍ରଭାବରେ ଓଡ଼ିଶାର ଜିଲ୍ଲାଗୁଡ଼ିକରେ ବଜ୍ରପାତ | Achira News