Achira News Logo
Achira News

ଚତୁର୍ଥ ଗସ୍ତରେ ପୁରୀ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

Prameya
ଚତୁର୍ଥ ଗସ୍ତରେ ପୁରୀ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
Full News
Share:

ଭୁବନେଶ୍ବର,୩/୨ : ପୁରୀରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଆଜି ପୁରୀ ଲୋକ ଭବନରେ ରାତ୍ରି ଯାପନ କରିବାର କାର୍ଯ୍ୟକ୍ରମ ରହିଛି । ଆସନ୍ତାକାଲି ଶ୍ବେତଗଙ୍ଗାରେ ପିଣ୍ଡ ଦାନ କରିବେ ରାଷ୍ଟ୍ରପତି । ପିଣ୍ଡଦାନ କରିବା ପରେ ଜଗନ୍ନାଥଙ୍କୁ ଦର୍ଶନ କରିବେ ରାଷ୍ଟ୍ରପତି । ପ୍ରକାଶ ଯେ, ଆସନ୍ତାକାଲି ସକାଳୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତୀର୍ଥ ପୁଷ୍କରିଣୀ ଶ୍ବେତ ଗଙ୍ଗାକୁ ଯାଇ ନିଜ ପିତୃ ପୁରୁଷଙ୍କ ଉଦ୍ଦେଶ୍ୟରେ ପିଣ୍ଡଦାନ କରିବେ। ପରେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବେ। ତେବେ ରାଷ୍ଟ୍ରପତିଙ୍କ କାର୍ଯ୍ୟକ୍ରମକୁ ସୂଚାରୁ ରୂପେ ସମ୍ପାଦନ କରିବା ପାଇଁ ସମସ୍ତ ପ୍ରକାର ସୁରକ୍ଷା ବ୍ୟବସ୍ଥା ପୁରୀ ପୁଲିସ ଏବଂ ପ୍ରଶାସନ ପକ୍ଷରୁ କରାଯାଇଛି । ଅନ୍ୟପଟେ ରାଷ୍ଟ୍ରପତିଙ୍କ ଆଗମନକୁ ନେଇ ବେଶ୍ ଉତ୍ସାହିତ ଅଛନ୍ତି ରାଷ୍ଟ୍ରପତିଙ୍କ କୌଳିକ ପଣ୍ଡା। ଦୁଇଦିନିଆ ପୁରୀ ଗସ୍ତରେ ଆସିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ରାଷ୍ଟ୍ରପତି ଶ୍ରୀମନ୍ଦିରକୁ ଆସିବାର କାର୍ଯ୍ୟକ୍ରମ ଥିବାରୁ ସକାଳ ୬ଟା ରୁ ସାଧାରଣ ଦର୍ଶନ ବନ୍ଦ ରହିବ । ମହାପ୍ରଭୁଙ୍କ ଦର୍ଶନ ସାରି ରାଷ୍ଟ୍ରପତି ପ୍ରତ୍ୟାବର୍ତ୍ତନ କରିବା ପରେ ସର୍ବସାଧାରଣଙ୍କ ଦର୍ଶନ ଆରମ୍ଭ ହେବ । ମହାମହିମ ରାଷ୍ଟ୍ରପତି ଚତୁର୍ଥ ଥର ପାଇଁ ପୁରୀ ଗସ୍ତରେ ଆସୁଛନ୍ତି । ସେପଟେ ରାଷ୍ଟ୍ରପତିଙ୍କ ଗସ୍ତ କାର୍ଯ୍ୟକ୍ରମକୁ ସଫଳ କରିବା ପାଇଁ ପୁରୀ ଜିଲ୍ଲା ପୁଲିସ ପ୍ରଶାସନ ପକ୍ଷରୁ ସମସ୍ତ ବ୍ୟବସ୍ଥା ଗ୍ରହଣ କରାଯାଇଛି ।

Disclaimer: This content has not been generated, created or edited by Achira News.
Publisher: Prameya

Want to join the conversation?

Download our mobile app to comment, share your thoughts, and interact with other readers.

ଚତୁର୍ଥ ଗସ୍ତରେ ପୁରୀ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ | Achira News