Achira News Logo
Achira News

ଚାନ୍ଦବାଲିରେ ସରକାରୀ କାର୍ଯ୍ୟାଳୟରେ ଅଧିକାରୀଙ୍କୁ ମାଚେଟ୍ ଦ୍ୱାରା ଆକ୍ରମଣ କଲେ ଯୁବକ

Dharitri
ଚାନ୍ଦବାଲିରେ ସରକାରୀ କାର୍ଯ୍ୟାଳୟରେ ଅଧିକାରୀଙ୍କୁ ମାଚେଟ୍ ଦ୍ୱାରା ଆକ୍ରମଣ କଲେ ଯୁବକ
Full News
Share:

ଚାନ୍ଦବାଲି,୧୮ା୩(ଅଶୋକ ପଣ୍ଡା): ସରକାରୀ ଅଫିସ୍‌ ଭିତରେ ପଶି ଅଫିସରଙ୍କୁ ଆଖିବୁଜା ମାଡ଼। ତାହା ପୁଣି ଦିନ ଦ୍ୱିପ୍ରହରରେ ସର୍ବ ସମ୍ମୁଖରେ। ଏମିତି କି ଅଫିସ ଗୃହରୁ ଘୋଷାଡ଼ି ଘୋଷାଡ଼ି ମାଡ଼ ମାରି ବାହାରେ ମାଡ଼ ମାରିବା ଘଟଣା ସିସିଟିଭି କ୍ୟାମେରାରେ ରେକର୍ଡ ହୋଇଥିବା ଦେଖିବାକୁ ମିଳିଛି। ଏମିତି ଏକ ଦୃଶ୍ୟ ଦେଖିବାକୁ ମିଳିଛି ଭଦ୍ରକ ଜିଲା ଚାନ୍ଦବାଲି ତହସିଲ ଅଧିନସ୍ଥ ସାରଣା ନିରୀକ୍ଷକ କାର୍ଯ୍ୟାଳୟରେ। ଆର୍‌ଆଇ ତାପସ ରଞ୍ଜନ ଜେନା ଅଫିସରେ କାର୍ଯ୍ୟ କରୁଥିବା ସମୟରେ ଭୂଇଁବୃତ୍ତି ପଞ୍ଚାୟତ ଜଗନ୍ନାଥପୁର ଗ୍ରାମର ସର୍ବେଶ୍ୱର ଦାସଙ୍କ ପୁଅ ସୁବାସ ଦାସ ନାମକ ଜଣେ ଯୁବକ ଆର୍‌ଆଇ ଅଫିସକୁ ଯାଇ କିଛି ବେଆଇନ କାର୍ଯ୍ୟ କରିବା ପାଇଁ କହିଥିଲେ। କିନ୍ତୁ ଆର୍‌ଆଇ ଜେନା ତାଙ୍କୁ ମନା କରି ଦେବାରୁ ସୁବାସ ଅତର୍କିତ ଭାବେ ଆକ୍ରମଣ କରିଥିଲେ। ଆର୍‌ଆଇଙ୍କ ଦେହ ଅସୁସ୍ଥ ହେବାରୁ ସେ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି। ନ୍ୟାୟ ପାଇଁ ଆର୍‌ଆଇ ଚାନ୍ଦବାଲି ଥାନାରେ ଓ ତହସିଲଦାରଙ୍କୁ ଲିଖିତ ଅଭିଯୋଗ କରିଛନ୍ତି। ଏହି ଘଟଣାରେ ଚାନ୍ଦବାଲି ତହସିଲଦାର ଭବତୋଷ ମଲ୍ଲିକ କହିଛନ୍ତି ଏଭଳି କାଣ୍ଡ ଘଟାଇ ଥିବା ବ୍ୟକ୍ତି ଉପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ।

Disclaimer: This content has not been generated, created or edited by Achira News.
Publisher: Dharitri

Want to join the conversation?

Download our mobile app to comment, share your thoughts, and interact with other readers.

ଚାନ୍ଦବାଲିରେ ସରକାରୀ କାର୍ଯ୍ୟାଳୟରେ ଅଧିକାରୀଙ୍କୁ ମାଚେଟ୍ ଦ୍ୱାରା ଆକ୍ରମଣ କଲେ ଯୁବକ | Achira News