Achira News Logo
Achira News

ଜ୍ୟୋତିଷ ସମ୍ବନ୍ଧୀୟ ପୂର୍ବାନୁମାନ ମେଷ ଏବଂ ବୃଷ ରାଶିର ବ୍ୟକ୍ତିମାନେ ଭିନ୍ନ ଭିନ୍ନ ଆର୍ଥିକ ସ୍ଥିତିର ସମ୍ମୁଖୀନ ହେଉଛନ୍ତି।

Prameya
ଜ୍ୟୋତିଷ ସମ୍ବନ୍ଧୀୟ ପୂର୍ବାନୁମାନ ମେଷ ଏବଂ ବୃଷ ରାଶିର ବ୍ୟକ୍ତିମାନେ ଭିନ୍ନ ଭିନ୍ନ ଆର୍ଥିକ ସ୍ଥିତିର ସମ୍ମୁଖୀନ ହେଉଛନ୍ତି।
Full News
Share:

ମେଷ :ଦ୍ୱାଦଶ ଚନ୍ଦ୍ର ଯୋଗୁ ଆୟ ପାଞ୍ଚ ଟଙ୍କା ହେଲେ ବ୍ୟୟ ପଚିଶ ଟଙ୍କା ହେବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିଯିବ । ମନରେ ଦୁଶ୍ଚିନ୍ତା, ଦୁର୍ଭାବନା, ହତୋତ୍ସାହ ଭାବ ପ୍ରକାଶ ପାଇବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ନିଶ୍ଚିତତାକୁ ପରିତ୍ୟାଗ କରି ଅନିଶ୍ଚିତତା ପଛରେ ପଶ୍ଚାତ୍ଧବାନ କରିବେ ଏବଂ ସତ୍ସଙ୍ଗ ପରିତ୍ୟାଗ କରି କୁସଙ୍ଗରେ ପଡ଼ିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ କର୍ମପ୍ରତି ଅନାଗ୍ରହ ଭାବ ପ୍ରକାଶ ପାଇବ । ଯେଉଁମାନଙ୍କର କୃତ୍ତିକା ମେଷ, ସେମାନେ ସତର୍କ ହେବେ । ଶୁଭ ରଙ୍ଗ : ଲାଲ, ସଂଖ୍ୟା : ୧୧, ଆରାଧନା : ପ୍ରଭୁ ହନୁମାନ । ବୃଷ :ଏକାଦଶ ଚନ୍ଦ୍ର, ଶୁକ୍ରବାର ଓ ବୁଧଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଭାଗ୍ୟରେ, କର୍ମରେ, ଆର୍ଥିକ ଅବସ୍ଥାରେ ଉନ୍ନତି ଆସିବ ଏବଂ ଧନ, ସମ୍ପଦ ବୃଦ୍ଧି ପାଇବ । ଆୟର ନୂତନ ମାର୍ଗ ଖୋଲିବ ଏବଂ ବିଭିନ୍ନ ଉତ୍ସରୁ ଧନପ୍ରାପ୍ତି ହେବ । ମୂଲ୍ୟବାନ ଧାତୁ, ଭୂମି ଓ ଯାନବାହନ କ୍ରୟ କରିବେ ଏବଂ ଉନ୍ନତିମୂଳକ କର୍ମରେ ଧନର ବିନିଯୋଗ କରିବେ । ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାରେ ସମର୍ଥ ହେବେ ଏବଂ ଆର୍ଥିକ ସ୍ଥିତିରେ ଉନ୍ନତି ଆଣିବା ପାଇଁ ଓ ବ୍ୟବସାୟର ଶାଖା ବଢ଼ାଇବା ପାଇଁ ଉଦ୍ୟମ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମସ୍ଥାନର ସମସ୍ତ ସୁବିଧାସୁଯୋଗ ହାସଲ କରିବେ । ଯେଉଁମାନଙ୍କର ରୋହିଣୀ ବୃଷ, ସେମାନେ ସୁଫଳ ପାଇବେ । ଶୁଭ ରଙ୍ଗ : କଫି, ସଂଖ୍ୟା : ୧୨, ଆରାଧନା : ପ୍ରଭୁ ଶ୍ରୀରାମ । ମିଥୁନ :ଦଶମ ଚନ୍ଦ୍ର, ଶୁକ୍ରବାର, ବୁଧଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ସମସ୍ତ ଅସମ୍ପୂର୍ଣ୍ଣ କର୍ମକୁ ପୂର୍ଣ୍ଣାଙ୍ଗ କରିବାରେ ସମର୍ଥ ହେବେ ଏବଂ ସମସ୍ତ ଇପ୍ସିତ ପଦାର୍ଥ ହାତ ପାହାନ୍ତାରେ ଉପଲବ୍ଧ ହେବ । କର୍ମପ୍ରତି ଏକାଗ୍ରତା ଓ ଆନ୍ତରିକତା ଅଧିକ ରହିବ ଏବଂ ବ୍ୟବସାୟ ଅପେକ୍ଷା କର୍ମରେ ଅଧିକ ସଫଳତା ମିଳିବ । ଆଜି ଯେକୌଣସି କର୍ମ କରିବେ, ସେଥିରେ ଶତପ୍ରତିଶତ ସଫଳତା ପାଇବେ ଏବଂ ସମସ୍ତ କର୍ମରେ ନିଜର ଶ୍ରେଷ୍ଠତା ପ୍ରତିପାଦନ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି ଅତୁଟ ରହିବ । ଯେଉଁମାନଙ୍କର ଆର୍ଦ୍ରା ମିଥୁନ, ସେମାନେ ଉପକୃତ ହେବେ । ଶୁଭ ରଙ୍ଗ : ମେରୁନ୍, ସଂଖ୍ୟା: ୧୨, ଆରାଧନା : ମା’ ଷୋଡ଼ଶୀ । କର୍କଟ :ଶୁକ୍ଳପକ୍ଷର ନବମ ଚନ୍ଦ୍ର ଯୋଗୁ ଗୁରୁଜନଙ୍କ କୃପା, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା, ରାଜନୈତିକ ବ୍ୟକ୍ତିଙ୍କ ଶୁଭଦୃଷ୍ଟିରେ ରହିବେ । ପରୋପକାର, ସମାଜସେବା, ଧାର୍ମିକ କର୍ମରେ ଅଧିକ ଆଗ୍ରହ ରହବ ଏବଂ ପରିବାରର ସମସ୍ତ ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବ । ଯେଉଁମାନଙ୍କର ପୁଷ୍ୟା କର୍କଟ, ସେମାନେ ସୁଫଳ ପାଇବେ । ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା: ୩, ଆରାଧନା : ମା’ ସମଲେଶ୍ୱରୀ । ସିଂହ :ଅଷ୍ଟମ ଚନ୍ଦ୍ର ଯୋଗୁ ମନରେ ବିରକ୍ତିଭାବ, ଚିଡ଼ିଚିଡ଼ାପଣ ପ୍ରକାଶ ପାଇବ ଏବଂ ସମସ୍ତ କର୍ମ ବିବାଦୀୟ ହେବ । ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ ଏବଂ ଶାରୀରିକ ପୀଡ଼ା ଭୋଗିବେ । ଠିକ୍ ସମୟରେ ଠିକ୍ ନିଷ୍ପତ୍ତି ନେବାରେ ଅସମର୍ଥ ହେବେ ଏବଂ ବିନା କାରଣରେ ବହୁତ ବ୍ୟସ୍ତ ରହିବେ । ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ, ପରିବାରର ଖର୍ଚ୍ଚଭାର ବୃଦ୍ଧି ପାଇବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିଯିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମ କଣ୍ଟକ ସଦୃଶ ମନେ ହେବ । ଯେଉଁମାନଙ୍କର ଉତ୍ତରା ଫାଲ୍ଗୁନୀ ସିଂହ, ସେମାନେ ସତର୍କ ହେବେ । ଶୁଭ ରଙ୍ଗ : ଧଳା, ସଂଖ୍ୟା: ୧୧, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ । କନ୍ୟା :ସପ୍ତମ ଚନ୍ଦ୍ର, ଶୁକ୍ରବାର ଓ ବୁଧଙ୍କ ନକ୍ଷତ୍ର ଭୋଗ ହେଉଥିôବାରୁ ମାନସିକ, ପାରିବାରିକ ଶାନ୍ତି, ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ ଏବଂ ପରିଚିତ ମହିଳାଙ୍କଠାରୁ ସାହାଯ୍ୟ, ସହଯୋଗ ଓ ଧନ ମିଳିବ । ମୂଲ୍ୟବାନ ଧାତୁ, ବସନଭୂଷଣ, ସୌଖୀନ ଘରୋଇ ଉପକରଣ କ୍ରୟ କରିବେ ଏବଂ ଆମୋଦପ୍ରମୋଦରେ ଅଧିକ ଧନ ବ୍ୟୟ କରିବେ । ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ମାର୍ଜିତ ଓ ସର୍ବଜନ ଆଦୃତ ହେବ ଏବଂ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ମହିଳା ସହକର୍ମୀଙ୍କ ସାହାଯ୍ୟ, ସହଯୋଗ ଓ ଧନ ମିଳିବ । ଯେଉଁମାନଙ୍କର ହସ୍ତା କନ୍ୟା, ସେମାନେ ସୁଫଳ ପାଇବେ । ଶୁଭ ରଙ୍ଗ : ସବୁଜ, ସଂଖ୍ୟା: ୪, ଆରାଧନା : ମା’ ତ୍ରିପୁର ସୁନ୍ଦରୀ । ତୁଳା :ଷଷ୍ଠ ଚନ୍ଦ୍ର, ଶୁକ୍ରବାର ଓ ବୁଧଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଅସମ୍ଭବକୁ ସମ୍ଭବ କରିବାରେ ସମର୍ଥ ହେବେ ଏବଂ ସମସ୍ତ ଆଶା, ଆକାଂକ୍ଷା, ଅଭିଳାଷ ପୂର୍ଣ୍ଣ ହେବ । ପୁରାତନ ରୋଗରୁ ଆରୋଗ୍ୟ ଲାଭ କରିବେ ଏବଂ ଶତ୍ରୁମାନେ ମିତ୍ରତାର ହାତ ବଢ଼ାଇବେ । ଆପଣଙ୍କ ବକ୍ତବ୍ୟରେ ସମ୍ମୋହନର ଶକ୍ତି ରହିବ ଏବଂ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ସଫଳତା, ଉଚ୍ଚ ସମ୍ମାନ ପ୍ରାପ୍ତ ହେବ । ଯେଉଁମାନଙ୍କର ସ୍ୱାତୀ ତୁଳା, ସେମାନେ ଉପକୃତ ହେବେ । ଶୁଭ ରଙ୍ଗ : ନୀଳ, ସଂଖ୍ୟା : ୨, ଆରାଧନା : ମା’ କମଳା । ବିଛା :ଘାତବାର, ଘାତ ନକ୍ଷତ୍ର ଏବଂ ଶୁକ୍ଳପକ୍ଷର ପଞ୍ଚମ ଚନ୍ଦ୍ର ଯୋଗୁ ପଞ୍ଚମ ଚନ୍ଦ୍ରର ଶୁଭଫଳ ପାଇବାରୁ ବଞ୍ଚିତ ହେବେ । ମାନ, ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ଇତର ଜନଠାରୁ ଅପମାନ ପାଇବେ । ସନ୍ତାନମାନଙ୍କ ଶିକ୍ଷା, ଦୀକ୍ଷା, କର୍ମରେ ବିଘ୍ନ ଘଟିବ ଏବଂ ସେମାନେ ବିଶୃଙ୍ଖଳିତ ହେବେ । ପାରିବାରିକ ବିବାଦ, ପୈତୃକ ସମ୍ପତ୍ତିକୁ ନେଇ ଥିôବା ବିବାଦ ଲାଗି ରହିବ ଏବଂ ପରିବାରର ସମସ୍ତ ସଦସ୍ୟଙ୍କ ମଧ୍ୟରେ ବୁଝାମଣାର ଅଭାବ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ପରିଶ୍ରମ ତୁଳନାରେ ସଫଳତା ମିଳିବ ନାହିଁ । ଯେଉଁମାନଙ୍କର ବିଶାଖା ଓ ଜ୍ୟେଷ୍ଠା ବିଛା, ସେମାନେ ସତର୍କ ହେବେ । ଶୁଭ ରଙ୍ଗ : ଗୋଲାପି, ସଂଖ୍ୟା : ୧୧, ଆରାଧନା : ପ୍ରଭୁ ହନୁମାନ । ଧନୁ :ଘାତଚନ୍ଦ୍ର, ଘାତବାର ଯୋଗୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର, ଉଚ୍ଚସ୍ଥାନ ଆରୋହଣ, ଗ୍ୟାସ୍, ଇଲେକ୍ଟ୍ରିକ୍ ଦ୍ରବ୍ୟ ବ୍ୟବହାର ଓ ଯାନବାହନ ଆରୋହଣ କାଳରେ ସତର୍କତା ଅବଲମ୍ବନ କରିବେ । ପିତାମାତା, ଗୁରୁଜନ ଏବଂ କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ କଥାବାର୍ତ୍ତା ବେଳେ ଯଥାସମ୍ଭବ ବାକ୍ ସଂଯମତା ରକ୍ଷା କରିବେ । ଗୁରୁଜନଙ୍କ ସହ ବିବାଦ, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଆକ୍ରୋଶର ଶିକାର ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁମାନଙ୍କର ଉତ୍ତରାଷାଢ଼ା ଧନୁ, ସେମାନେ ସତର୍କ ହେବେ । ଶୁଭ ରଙ୍ଗ : ଲାଲ, ସଂଖ୍ୟା : ୫, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ । ମକର :ତୃତୀୟ ଚନ୍ଦ୍ର, ଶୁକ୍ରବାର ଓ ବୁଧଙ୍କ ନକ୍ଷତ୍ର ଭୋଗ ହେଉଥିôବାରୁ ନୂତନ କର୍ମାରମ୍ଭ, ବ୍ୟବସାୟ ଆରମ୍ଭ, ବିଦେଶ ଯାତ୍ରାର ସୁଯୋଗ ଜୁଟିବ ଏବଂ ଧନ, ସମ୍ପଦ ବୃଦ୍ଧି ପାଇବ । ସ୍ୱଜନ, ପରିଜନ, ବନ୍ଧୁବାନ୍ଧବ, ଭାଇଭଉଣୀଙ୍କ ସାହାଯ୍ୟ, ସହଯୋଗ ମିଳିବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ମାର୍ଜିତ ଓ ସର୍ବଜନ ଆଦୃତ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତ କର୍ମ ଆଜି ଆପଣଙ୍କ ପାଇଁ ସହଜ ହେବ । ଯେଉଁମାନଙ୍କର ଶ୍ରବଣା ମକର, ସେମାନେ ସୁଫଳ ପାଇବେ । ଶୁଭ ରଙ୍ଗ : ବାଇଗଣୀ, ସଂଖ୍ୟା : ୩, ଆରାଧନା : ମା’ ଦୁର୍ଗା । କୁମ୍ଭ :ଦ୍ୱିତୀୟ ଚନ୍ଦ୍ର, ଦ୍ୱିତୀୟା ତିଥି ଓ ଶୁକ୍ରବାର ଓ ବୁଧଙ୍କ ନକ୍ଷତ୍ର ଭୋଗ ହେଉଥିôବାରୁ ଆକସ୍ମିକ ଧନଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ଅନ୍ୟକୁ ଦେଇଥିବା ଧନ ଓ ହୃତଧନ ଫେରିପାଇବେ । ଖର୍ଚ୍ଚପ୍ରତି ଅନାଗ୍ରହ, ସଞ୍ଚୟ ପ୍ରତି ମନରେ ଆଗ୍ରହ ପ୍ରକାଶ ପାଇବ ଏବଂ ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ, ପରିବାରର ଖର୍ଚ୍ଚଭାର କମ୍ ରହିବ । ଧନର ସତ୍ ବିନିଯୋଗ କରିବେ ଏବଂ ଉନ୍ନତିମୂଳକ କର୍ମରେ ଧନର ବିନିଯୋଗ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା, ସମ୍ମାନ ଓ ଦରମାର କିଛି ବୃଦ୍ଧି ଘଟିପାରେ । ଯେଉଁମାନଙ୍କର ଶତଭିଷା କୁମ୍ଭ, ସେମାନେ ସୁଫଳ ପାଇବେ । ଶୁଭ ରଙ୍ଗ : କଳା, ସଂଖ୍ୟା : ୩, ଆରାଧନା : ମା’ ବିମଳା । ମୀନ :ଶ୍ରୀଚନ୍ଦ୍ର, ଘାତବାର, ଘାତତିଥି ଯୋଗୁ ବ୍ୟବସାୟ ବ୍ୟତୀତ ଅନ୍ୟ ସମସ୍ତ କର୍ମରେ ଅଧିକ ଫଳ ମିଳିବ । ଧନ, ମାନ, ସମ୍ମାନ, ସ୍ୱଜନରେ ସୁସମ୍ପର୍କ, ପରିବାରରେ ସୁଖଶାନ୍ତି, ଲକ୍ଷ୍ମୀଙ୍କର କୃପା, ସୁଖାଦ୍ୟ, ସୁବସନ ପ୍ରାପ୍ତ ହେବ । ନିଜର ଲୋକମାନେ ଶତ୍ରୁତା ଆଚରଣ କରିବେ ଏବଂ ନିକଟ ପରିବାରର ସଦସ୍ୟମାନେ ଦୂରେଇ ଯିବେ । ମନ ଅସ୍ଥିର, ବିଷାଦଗ୍ରସ୍ତ ରହିବ ଏବଂ ଆର୍ଥିକ ଠକାମିରେ ପଡ଼ିପାରନ୍ତି । ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ, ବୃଦ୍ଧି ପାଇବ ଏବଂ ଆର୍ଥିକ ସ୍ଥିତି ପ୍ରଭାବିତ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ସ୍ୱଳ୍ପ ହେବ ଏବଂ କର୍ମରେ ସଫଳତା ନ ମିଳିଲେ ମଧ୍ୟ ସହଯୋଗୀଙ୍କ ସହ ବିବାଦ ଦେଖାଦେବ । ଯେଉଁମାନଙ୍କର ରେବତୀ ମୀନ, ସେମାନେ ସତର୍କତା ଅବଲମ୍ବନ କରିବେ । ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୭, ଆରାଧନା : ମା’ ମାଣିକେଶ୍ୱରୀ । ଜ୍ୟୋତିର୍ବିଦ୍ : କୈଳାସ ଦାଶ ଯୋଗାଯୋଗ : ୯୪୩୭୧୩୩୪୭୩

Disclaimer: This content has not been generated, created or edited by Achira News.
Publisher: Prameya

Want to join the conversation?

Download our mobile app to comment, share your thoughts, and interact with other readers.

ଜ୍ୟୋତିଷ ସମ୍ବନ୍ଧୀୟ ପୂର୍ବାନୁମାନ ମେଷ ଏବଂ ବୃଷ ରାଶିର ବ୍ୟକ୍ତିମାନେ ଭିନ୍ନ ଭିନ୍ନ ଆର୍ଥିକ ସ୍ଥିତିର ସମ୍ମୁଖୀନ ହେଉଛନ୍ତି। | Achira News