ମେଷ :କୃଷ୍ଣପକ୍ଷର ପଞ୍ଚମ ଚନ୍ଦ୍ର ଯୋଗୁ ମାନ, ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମନୋ ମାଳିନ୍ୟ, ସ୍ୱଜନରେ ବିବାଦ, ବନ୍ଧୁବାନ୍ଧବଙ୍କ ସହ ଅପ୍ରିୟତା, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ଇତରଜନଠାରୁ ଅପମାନ ପାଇବେ । ସନ୍ତାନମାନଙ୍କ ଶିକ୍ଷା, ଦୀକ୍ଷା, ଚାଲି ଚଳନ ଓ କର୍ମରେ ବିଘ୍ନ ଉପୁଜିବ ଏବଂ ପୈତୃକ ସମ୍ପତ୍ତିକୁ ନେଇ ବିବାଦ ଦେଖା ଦେବ । ସନ୍ତାନମାନେ ବିଶୃଙ୍ଖଳିତ ହେବେ ଏବଂ ପାରିବାରିକ ବିବାଦ ଉଗ୍ର ରୂପ ଧାରଣ କରିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ସହ କର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁମାନଙ୍କର କୃତ୍ତିକା ମେଷ ସେମାନେ ସତର୍କ ହେବେ । ଶୁଭ ରଙ୍ଗ : ସିଲ୍ଭର, ସଂଖ୍ୟା : ୬, ଆରାଧନା : ପ୍ରଭୁସ୍କନ୍ଦ । ବୃଷ :ଚତୁର୍ଥ ଚନ୍ଦ୍ର, ବୁଧବାର ଓ ଶୁକ୍ରଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ସମସ୍ତ ଆଶା, ଆକାଂକ୍ଷା ଓ ଅଭିଳାଷ ପୂର୍ଣ୍ଣ ହେବ । ଆକସ୍ମିକ ଧନ ଲାଭ, କୌଣସି ବିଶେଷ ସୂତ୍ରରୁ ଧନ ପ୍ରାପ୍ତି ଏବଂ ଅନ୍ୟକୁ ଦେଇଥିବା ଧନ ଓ ହୃତ ଧନ ଫେରି ପାଇବେ । ସ୍ୱଜନ, ପରିଜନଙ୍କ ସାହାଯ୍ୟ, ସହଯୋଗ, ପରିବାରରେ ସୁଖ ଶାନ୍ତି, ବନ୍ଧୁବାନ୍ଧବ, ପଡ଼ୋଶୀଙ୍କ ସହ ସଦ୍ ଭାବ ଏବଂ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ପରିବହନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ସଫଳତା ଓ ପଦସ୍ଥ ଅଧିକାରୀଙ୍କ ଶୁଭ ଦୃଷ୍ଟିରେ ରହିବେ । ଯେଉଁମାନଙ୍କର କୃତ୍ତିକା ଓ ରୋହିଣୀ ବୃଷ ମାନେ ସୁଫଳପାଇବେ । ଶୁଭ ରଙ୍ଗ :କଫି, ସଂଖ୍ୟା : ୬, ଆରାଧନା : ପ୍ରଭୁଶ୍ରୀରାମ । ମିଥୁନ :ତୃତୀୟ ଚନ୍ଦ୍ର, ତୃତୀୟା ତିଥି, ବୁଧବାର ଯୋଗୁ ଅସମ୍ଭବକୁ ସମ୍ଭବ କରିବାରେ ସମର୍ଥ ହେବେ ଏବଂ ସମସ୍ତ ଇପ୍ସିତ ପଦାର୍ଥ ହାତ ପାହାନ୍ତାରେ ଉପଲବ୍ଧ ହେବ । ସ୍ୱଜନ, ପରିଜନ, ଭାଇ ଭଉଣୀଙ୍କ ସାହାଯ୍ୟ, ସହଯୋଗ ମିଳିବ ଏବଂ ପରିବାରରେ ସୁଖ ଶାନ୍ତିର ପରିବେଶ ରହିବ । ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ ପ୍ରକାଶ ପାଇବ ଏବଂ ଉନ୍ନତି ମୂଳକ କର୍ମରେ ଧ୍ୟାନ ଅଧିକ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ଉଚ୍ଚ ପଦବୀ ମିଳିବ । ଯେଉଁମାନଙ୍କର ଆର୍ଦ୍ରାମିଥୁନ ସେମାନେ ଉପକୃତ ହେବେ । ଶୁଭ ରଙ୍ଗ : ମେରୁନ୍, ସଂଖ୍ୟା: ୮, ଆରାଧନା : ମା’ ତ୍ରିପୁରସୁନ୍ଦରୀ । କର୍କଟ :ଘାତ ଚନ୍ଦ୍ର, ଘାତବାର ଯୋଗୁ ବାଦ ବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର କଲା ବେଳେ ସତର୍କତା ଅବଲମ୍ବନ କରିବେ । ମନରେ ଦୁଶ୍ଚିନ୍ତା, ଦୁର୍ଭାବନା, ହତୋତ୍ସାହଭାବ ପ୍ରକାଶ ପାଇବ ଏବଂ ଶାରୀରିକ ପୀଡ଼ା ଭୋଗିବେ । ଅନ୍ୟଠାରୁ ଆଣିଥିବା ଧନ ଫେରାଇବାରେ ଅସମର୍ଥ ହେବେ ଏବଂ ଅନ୍ୟକୁ ଦେଇଥିବା ଧନ ପାଇବାରେ ବିଫଳ ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ କର୍ମ ପ୍ରତି ଅନାଗ୍ରହ ଭାବ ପ୍ରକାଶ ପାଇବ । ଯେଉଁମାନଙ୍କର ଅଶ୍ଲେଷା କର୍କଟ ସେମାନେ ସତର୍କ ହେବେ । ଶୁଭ ରଙ୍ଗ : ଧଳା, ସଂଖ୍ୟା : ୩, ଆରାଧନା : ଭଗବାନ ଶିବ । ସିଂହ :ଶ୍ରୀଚନ୍ଦ୍ର ଯୋଗୁ ଧନ, ମାନ, ସମ୍ମାନ, ସ୍ୱଜନରେ ସୁ ସମ୍ପର୍କ, ପରିବାରରେ ସୁଖ ଶାନ୍ତି, ଲକ୍ଷ୍ମୀଙ୍କର କୃପା ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ । ପୁତ୍ର କନ୍ୟା, ଭାତୃ ଭଗ୍ନିଙ୍କ ବୈବାହିକ କର୍ମର ଆୟୋଜନ କରିବେ କିମ୍ବା ପରିବାର ସହ କୌଣସି ଶୁଭ କର୍ମରେ ଯୋଗ ଦେବେ । ପରୋପକାର, ସମାଜ ସେବା, ଧାର୍ମିକ କର୍ମରେ ଅଧିକ ଆଗ୍ରହ ରହିବ ଏବଂ ସ୍ୱଜନ, ପରିଜନଙ୍କ ସାହାଯ୍ୟ, ସହଯୋଗ ମିଳିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହା ହେଲେ ମଧ୍ୟ ମନରେ ଆତ୍ମ ବିଶ୍ୱାସ ଓ ଆତ୍ମ ତୃପ୍ତି ରହିବ । କର୍ମରେ ସ୍ୱଳ୍ପ ପରିଶ୍ରମରେ ଅଧିକ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର ମଘା ଓ ଉତ୍ତରା ଫାଲ୍ଗୁନୀ ସିଂହ ସେମାନେ ଉପକୃତ ହେବେ । ଶୁଭ ରଙ୍ଗ : ଲାଲ, ସଂଖ୍ୟା : ୩, ଆରାଧନା : ପ୍ରଭୁଶ୍ରୀଜଗନ୍ନାଥ । କନ୍ୟା :ଦ୍ୱାଦଶ ଚନ୍ଦ୍ର, ବୁଧବାର ଯୋଗୁ ଅପବ୍ୟୟ, ଅପବାଦ, ଅପଯଶରୁ ସାମୟିକ ମୁକ୍ତି ମିଳିବ ଏବଂ ଅଯଥା ଖର୍ଚ୍ଚ, ବଦ୍ ଖର୍ଚ୍ଚ ଓ ପରିବାରର ଖର୍ଚ୍ଚ ଭାର କମ୍ ରହିବ । ଠିକ୍ ସମୟରେ ଠିକ୍ ନିଷ୍ପତ୍ତି ନେବାରେ ସମର୍ଥ ହେବେ ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ଗ୍ରହଣ କରିବେ । ଖର୍ଚ୍ଚ କରିବାରେ ଟାଳ ଟୁଳ ନୀତି ଅବଲମ୍ବନ କରିବେ ଏବଂ ଉନ୍ନତିମୂଳକକର୍ମରେ ଧନର ବିନିଯୋଗ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ଆୟର କିଛି ଅଂଶ ସଞ୍ଚୟରେ ବିନିଯୋଗ କରିବେ । କର୍ମରେ ସଫଳତା ଓ ସମସ୍ତ ଅଟକି ଥିବା କାମକୁ ପୂର୍ଣ୍ଣାଙ୍ଗ କରିବାରେ ସମର୍ଥ ହେବେ । ଯେଉଁମାନଙ୍କର ଉତ୍ତରା ଫାଲ୍ଗୁନୀ ଓ ହସ୍ତା କନ୍ୟା ସେମାନେ ସୁଫଳପାଇବେ । ଶୁଭ ରଙ୍ଗ : ସବୁଜ, ସଂଖ୍ୟା : ୧୨, ଆରାଧନା : ମା’ ଷୋଡ଼ଶୀ । ତୁଳା :ଏକାଦଶଚନ୍ଦ୍ର, ବୁଧବାର ଏବଂ ଶୁକ୍ରଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଭାଗ୍ୟରେ, କର୍ମରେ, ଆର୍ଥିକ ଅବସ୍ଥାରେ ଉନ୍ନତି ଆସିବ ଏବଂ ଧନ, ସମ୍ପଦ ବୃଦ୍ଧି ପାଇବ । ମୂଲ୍ୟବାନ ଧାତୁ, ଭୂମି, ଯାନବାହନ କ୍ରୟ କରିବେ ଏବଂ ଉନ୍ନତିମୂଳକ କର୍ମରେ ଧନର ବିନି ଯୋଗ କରିବେ । ନୂତନ କର୍ମାରମ୍ଭ, ବ୍ୟବସାୟ ଆରମ୍ଭ, ବିଦେଶ ଯାତ୍ରାର ସୁଯୋଗ ଜୁଟିବ ଏବଂ ଆୟର ନୂତନ ମାର୍ଗ ଖୋଲିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ସୁବିଧା ସୁଯୋଗ ହାସଲ କରିବେ । ଯେଉଁମାନଙ୍କର ସ୍ୱାତୀ ତୁଳା ସେମାନେ ସୁପଳ ପାଇବେ । ଶୁଭ ରଙ୍ଗସିଲ୍ଭର, ସଂଖ୍ୟା : ୪, ଆରାଧନା : ମା’ କମଳା । ବିଛା :ଦଶମଚନ୍ଦ୍ରଯୋଗୁକର୍ମରେ ଉନ୍ନତି, କର୍ମ ପ୍ରତି ଏକାଗ୍ରତା ଓ ଆନ୍ତରିକତା ଅଧିକ ରହିବ ଏବଂ ଭାଗ୍ୟ ଅପେକ୍ଷା କର୍ମରେ ଅଧିକ ବିଶ୍ୱାସ ଓ ଗୁରୁତ୍ୱ ରହିବ । ମନରେ ସତ୍ଚିନ୍ତା, ସତ୍ଭାବନା ପ୍ରକାଶ ପାଇବ ଏବଂ ସତ୍ କର୍ମରେ ଅଧିକ ଆଗ୍ରହ ସୃଷ୍ଟି ହେବ । ଚାଲି ଚଳନରେ ସଂଯମତା, ବଚନରେ ମଧୁରତା ଏବଂ ସମସ୍ତ କର୍ମରେ ସ୍ୱଚ୍ଛତା ଓ ସମୟାନୁ ବର୍ତ୍ତିତା ଆପଣାଇବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ ଆୟରେ ଉନ୍ନତି ଆଣିବା ପାଇଁ ନୂତନ ଯୋଜନା କରିବେ । ଯେଉଁମାନଙ୍କର ଅନୁରାଧା ବିଛା ସେମାନେ ଉପକୃତ ହେବେ । ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୧୧, ଆରାଧନା : ପ୍ରଭୁହନୁମାନ । ଧନୁ :କୃଷ୍ଣପକ୍ଷର ନବମ ଚନ୍ଦ୍ର ଯୋଗୁ ମାନ, ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମନୋମାଳିନ୍ୟ, କିମ୍ବା ନିଜର ପ୍ରିୟ ବନ୍ଧୁ କିମ୍ବା ପୁରାତନ ବନ୍ଧୁଙ୍କଠାରୁ ଅପମାନ ମିଳିପାରେ । ଉନ୍ନତିମୂଳକ କର୍ମରେ ପ୍ରତିବନ୍ଧକ, ଧାର୍ମିକ କର୍ମରେ ବିଘ୍ନ ଦେଖା ଦେବ ଏବଂ ମନ ଅସ୍ଥିର, ବିଷାଦ ଗ୍ରସ୍ତ ଓ ଚାପଗ୍ରସ୍ତ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ସମ୍ମାନ ହାନି ଘଟିବ ।ଯେଉଁମାନଙ୍କର ପୂର୍ବାଷାଢ଼ା ଧନୁ ସେମାନେ ଉପକୃତ ହେବେ । ଶୁଭ ରଙ୍ଗ : ଗୋଲାପି, ସଂଖ୍ୟା : ୫, ଆରାଧନା : ପ୍ରଭୁଗଜାନନ । ମକର :ଘାତଚନ୍ଦ୍ର ଯୋଗୁ ମନରେ ଦୁଶ୍ଚିନ୍ତା, ଦୁର୍ଭାବନା, ହତୋତ୍ସାହ ଭାବ ପ୍ରକାଶ ପାଇବ ଏବଂ ଚାଲି ଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ଧନ କ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋ ମାଳିନ୍ୟ, ବନ୍ଧୁବାନ୍ଧବଙ୍କ ସହ ଅପ୍ରିୟତା ଏବଂ ସମସ୍ତ କର୍ମ ବିବାଦୀୟ ହେବ । ଠିକ୍ ସମୟରେ ଠିକ୍ ନିଷ୍ପତ୍ତି ନେବାରେ ଅସମର୍ଥ ହେବେ । ଅଯଥା ଖର୍ଚ୍ଚ, ବୃଥା ଭ୍ରମଣ ଲାଗି ରହିବ ଏବଂ ସତ୍ ସଙ୍ଗ ପରିତ୍ୟାଗ କରି କୁସଙ୍ଗରେ ପଡ଼ିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମ କଣ୍ଟକ ସଦୃଶ ମନେ ହେବ । ଯେଉଁମାନଙ୍କର ଧନିଷ୍ଠା ମକର ସେମାନେ ସତର୍କ ହେବେ । ଶୁଭ ରଙ୍ଗ : ଇନ୍ଦ୍ରନୀଳ, ସଂଖ୍ୟା : ୩, ଆରାଧନା : ମା’ ଭୈରବୀ । କୁମ୍ଭ :ସପ୍ତମଚନ୍ଦ୍ର, ବୁଧବାର, ଶୁକ୍ରଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଆମୋଦ ପ୍ରମୋଦ, ମଉଜମଜଲିସ୍ରେ ଅଧିକ ଆଗ୍ରହ ରହିବ ଏବଂ ପରିବାରରେ ସୁଖ ଶାନ୍ତିର ପରିବେଶ ରହିବ । ମାନସିକ, ପାରିବାରିକ ଶାନ୍ତି, ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ ଏବଂ ପରିଚିତ ମହିଳାଙ୍କଠାରୁ ସାହାଯ୍ୟ, ସହଯୋଗ ଓ ଧନ ମିଳିବ । ଗୁରୁଜନଙ୍କ ପ୍ରତି ସମ୍ମାନ ଓ ଲଘୁଜନଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା ଓ ଆନ୍ତରିକତା ଅଧିକ ରହିବ । ପରୋପକାର, ସମାଜସେବା, ଧାର୍ମିକକର୍ମରେ ଅଧିକ ଆଗ୍ରହ ରହିବ ଏବଂ ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ । କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀପ୍ରାପ୍ତ ହେବ । ଯେଉଁମାନଙ୍କର ଶତ ଭିଷାକୁମ୍ଭ ସେମାନେ ଉପକୃତ ହେବେ । ଶୁଭ ରଙ୍ଗ : କଫି, ସଂଖ୍ୟା : ୩, ଆରାଧନା : ମା’ କାଳୀ । ମୀନ :ଷଷ୍ଠଚନ୍ଦ୍ର ଯୋଗୁ ରୋଗ, ଋଣ, ଦୁଃଖ, ଶୋକ, କ୍ଳେଶ, ମାନସିକ ଅବସାଦରୁ ସାମୟିକ ମୁକ୍ତି ମିଳିବ ଏବଂ ଦେହ, ମନ ସୁସ୍ଥ ରହିବ । କୌଣସି ସଭା କିମ୍ବା ସଙ୍ଗଠନର ନେତୃତ୍ୱ ମିଳିବ ଏବଂ ମହତ୍ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିବେ । ସାମାଜିକ ପ୍ରତିଷ୍ଠା ବୃଦ୍ଧିପାଇବ ଏବଂ ସମସ୍ତଙ୍କର ପ୍ରଶଂସାର ପାତ୍ର ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ । କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀପ୍ରାପ୍ତ ହେବ । ଯେଉଁମାନଙ୍କର ଉତ୍ତରଭାଦ୍ରମୀନ ସେମାନେ ସୁଫଳ ପାଇବେ । ଶୁଭ ରଙ୍ଗ : ଲାଲ, ସଂଖ୍ୟା : ୭, ଆରାଧନା : ମା’ ତାରା । ଜ୍ୟୋତିର୍ବିଦ୍ : କୈଳାସ ଦାଶ ଯୋଗାଯୋଗ : ୯୪୩୭୧୩୩୪୭୩
ଜ୍ୟୋତିଷ ସମ୍ବନ୍ଧୀୟ ପୂର୍ବାନୁମାନ ମେଷ ରାଶିର ବ୍ୟକ୍ତିମାନେ ଆହ୍ୱାନର ସମ୍ମୁଖୀନ ହୁଅନ୍ତି, ବୃଷ ରାଶିର ବ୍ୟକ୍ତିମାନେ ଧନ ଲାଭ ଦେଖନ୍ତି
Prameya•

Full News
Share:
Disclaimer: This content has not been generated, created or edited by Achira News.
Publisher: Prameya
Want to join the conversation?
Download our mobile app to comment, share your thoughts, and interact with other readers.