Achira News Logo
Achira News

ପୁରୀ ରଥଯାତ୍ରା ପ୍ରସ୍ତୁତି ଜୁଲାଇ 8ରେ ହେବ ସମନ୍ୱୟ ବୈଠକ

Prameya
ପୁରୀ ରଥଯାତ୍ରା ପ୍ରସ୍ତୁତି ଜୁଲାଇ 8ରେ ହେବ ସମନ୍ୱୟ ବୈଠକ
Full News
Share:

ପୁରୀ, ୦୪/୦୫: ଜୁଲାଇ ୧୬ରେ ମହାପ୍ରଭୁଙ୍କର ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା । ଏନେଇ ପୁରୀ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଚାଲିଥିବା ବେଳେ ସମସ୍ତ ବିଭାଗ ମଧ୍ୟ ସଜାଗ ରହିଛି । ଏନେଇ କେନ୍ଦ୍ରାଞ୍ଚଳ ରାଜସ୍ୱ ଆୟୁକ୍ତଙ୍କ ଅଧ୍ୟକ୍ଷତାରେ ଆସନ୍ତା ୮ ତାରିଖରେ ରଥଯାତ୍ରା ପ୍ରଥମ ସମନ୍ୱୟ ସମିତି ବୈଠକ ଅନୁଷ୍ଠିତ ହେବ । ପୁରୀ ଟାଉନ୍ ହଲଠାରେ ଆୟୋଜିତ ହେବାକୁ ଥିବା ଏହି ବୈଠକରେ କେନ୍ଦ୍ରାଞ୍ଚଳ ଆର୍‌ଡିସି ଅଧ୍ୟକ୍ଷତା କରିବେ । ବିଗତ ବର୍ଷ ଅପେକ୍ଷା ଚଳିତ ବର୍ଷ ଦ୍ୱିଗୁଣା ଭକ୍ତଙ୍କ ସମାଗମ ହେବ ବୋଲି ଆକଳନ କରିଛି ପ୍ରଶାସନ । ଏହି ବୈଠକରେ ରଥକାଠ ସଂଗ୍ରହ, ରଥ ନିର୍ମାଣ, ରଥଖଳା ପରିଷ୍କାର, ରଥଯାତ୍ରା ନିମନ୍ତେ ବିଭିନ୍ନ ସାମଗ୍ରୀ ସଂଗ୍ରହ ଓ ଯୋଗାଣ, ରଥ କପଡା ସଂଗ୍ରହ, ନୀତି ସଂପାଦନ, ରଥଟଣା, ସ୍ୱାସ୍ଥ୍ୟ ଓ ପରିମଳ ବ୍ୟବସ୍ଥା, ପାନୀୟ ଜଳ ଯୋଗାଣ, ବିଦ୍ୟୁତ ଯୋଗାଣ, ପରିବହନ ବ୍ୟବସ୍ଥା, ରାସ୍ତାଘାଟ ମରାମତି ଓ ଉନ୍ନତୀକରଣ, ପାର୍କିଂ ସ୍ଥଳ, ଶାନ୍ତି ଶୃଙ୍ଖଳା ରକ୍ଷା, ସୂଚନା ଓ ପ୍ରସାରଣ ବ୍ୟବସ୍ଥା, ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜନ, ପଲ୍ଲିଶ୍ରୀ ମେଳା ଓ ପ୍ରଦର୍ଶନୀ ଆୟୋଜନ, ସ୍ୱେଚ୍ଛାସେବୀ ନିୟୋଜନ ଇତ୍ୟାଦି ସମ୍ବନ୍ଧରେ ବିସ୍ତୃତ ଆଲୋଚନା ହେବ । ବୈଠକରେ ଜିଲ୍ଲାପାଳ, ଏସପି, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ, ସେବାୟତ, ପରିଚାଳନା କମିଟି ସଦସ୍ୟ, ବୁଦ୍ଧିଜୀବୀ ଓ ସାମ୍ବାଦିକ ଭାଗ ନେବେ । ଅଧିକ ପଢ଼ନ୍ତୁ :-Subhadra Yojana: ବଞ୍ଚିତ ସୁଭଦ୍ରା ହିତାଧିକାରୀଙ୍କୁ ଖାତାକୁ ଗଲା ଟଙ୍କା, ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଟଙ୍କା ବାଣ୍ଟିଲେ ଉପମୁଖ୍ୟମନ୍ତ୍ରୀ

Disclaimer: This content has not been generated, created or edited by Achira News.
Publisher: Prameya

Want to join the conversation?

Download our mobile app to comment, share your thoughts, and interact with other readers.

ପୁରୀ ରଥଯାତ୍ରା ପ୍ରସ୍ତୁତି ଜୁଲାଇ 8ରେ ହେବ ସମନ୍ୱୟ ବୈଠକ | Achira News