Achira News Logo
Achira News

ବ୍ୟାଙ୍କ ଠକେଇ ମାମଲାରେ ଅନିଲ ଅମ୍ବାନୀଙ୍କୁ ପଚରାଉଚରା କଲା ସିବିଆଇ

Samaja
ବ୍ୟାଙ୍କ ଠକେଇ ମାମଲାରେ ଅନିଲ ଅମ୍ବାନୀଙ୍କୁ ପଚରାଉଚରା କଲା ସିବିଆଇ
Full News
Share:

ନୂଆଦିଲ୍ଲୀ: ବ୍ୟାଙ୍କ ଜାଲିଆତି ମାମଲାରେ ସିବିଆଇ ପକ୍ଷରୁ ଗୁରୁବାର ରିଲାଏନ୍ସ ଗ୍ରୁପ୍‌ ଅଧ୍ୟକ୍ଷ ଅନିଲ ଅମ୍ବାନୀଙ୍କୁ ଦୀର୍ଘ ୮ ଘଣ୍ଟା ଜେରା କରାଯାଇଛି। ଏହି ଅବସରରେ ସିବିଆଇ ଅଧିକାରୀମାନେ ଅନିଲଙ୍କ ବୟାନ ରେକର୍ଡ କରିଛନ୍ତି। ଆସନ୍ତାକାଲି (ଶୁକ୍ରବାର) ପୁଣି ସିବିଆଇ କାର୍ଯ୍ୟାଳୟରେ ହାଜର ହେବାକୁ ଅନିଲଙ୍କୁ ନିର୍ଦେଶ ଦିଆଯାଇଛି। ରିଲାଏନ୍ସ ଗ୍ରୁପ୍‌ର ବିଭିନ୍ନ ସହଯୋଗୀ କମ୍ପାନୀ ଏକାଧିକ ଜାତୀୟକରଣ ବ୍ୟାଙ୍କରୁ ମୋଟ ୧୯,୬୯୪ କୋଟି ଟଙ୍କା ଋଣ ନେଇଥିବାବେଳେ ଏହାକୁ ଅନ୍ୟତ୍ର ବିନିଯୋଗ କରିଥିବା ଅଭିଯୋଗ ହୋଇଛି। ଏଥିମଧ୍ୟରେ ଷ୍ଟେଟ ବ୍ୟାଙ୍କ ଅଫ୍ ଇଣ୍ଡିଆର ୨୯୨୯ କୋଟି ଟଙ୍କାର ଋଣ ସାମିଲ ଅଛି। ଇତିମଧ୍ୟରେ ସିବିଆଇ ଓ ପ୍ରବର୍ତ୍ତନ ନିର୍ଦେଶାଳୟ (ଇଡି) ପକ୍ଷରୁ ଅନିଲଙ୍କ ନାମରେ ମାମଲା ରୁଜୁ କରାଯାଇଥିବାବେଳେ ତାଙ୍କର ମୁମ୍ବଇସ୍ଥିତ ବାସଭବନ ଓ ଅନ୍ୟ ସହରରେ ଥିବା କାର୍ଯ୍ୟାଳୟ ଉପରେ ଚଢଉ ମଧ୍ୟ କରାଯାଇଛି। ଇଡି ପକ୍ଷରୁ ଅନିଲଙ୍କ ୧୧୦୦ କୋଟି ଟଙ୍କାର ସମ୍ପତ୍ତି ଜବତ କରାଯାଇସାରିଛି।

Disclaimer: This content has not been generated, created or edited by Achira News.
Publisher: Samaja

Want to join the conversation?

Download our mobile app to comment, share your thoughts, and interact with other readers.

ବ୍ୟାଙ୍କ ଠକେଇ ମାମଲାରେ ଅନିଲ ଅମ୍ବାନୀଙ୍କୁ ପଚରାଉଚରା କଲା ସିବିଆଇ | Achira News