Achira News Logo
Achira News

ମୋଟର ଯାନ ପାଇଁ ବୈଧ ପ୍ରଦୂଷଣ ପ୍ରମାଣପତ୍ର ଆବଶ୍ଯ଼କ କରୁଥିବା ନିଯ଼ମକୁ ଘୁଞ୍ଚାଇଲା ଭାରତ

Samaja
ମୋଟର ଯାନ ପାଇଁ ବୈଧ ପ୍ରଦୂଷଣ ପ୍ରମାଣପତ୍ର ଆବଶ୍ଯ଼କ କରୁଥିବା ନିଯ଼ମକୁ ଘୁଞ୍ଚାଇଲା ଭାରତ
Full News
Share:

ଭୁବନେଶ୍ୱର – ମୋଟର ଯାନର ପ୍ରଦୂଷଣ ସାର୍ଟିଫିକେଟ୍ ଯାଞ୍ଚ ନେଇ ଜନସାଧାରଣ ସମ୍ମୁଖୀନ ହେଉଥିବା ସମସ୍ୟାକୁ ଅନୁଧ୍ୟାନ କରି ‘ବୈଧ ପ୍ରଦୂଷଣ ପ୍ରମାଣପତ୍ର ବିନା ଇନ୍ଧନ ମନା’ ନିଷ୍ପତ୍ତି ଲାଗୁ ନିଷ୍ପତ୍ତିକୁ ଘୁଞ୍ଚାଯାଇଛି । ପୂର୍ବରୁ ଜାନୁଆରୀରୁ ଏହା ଲାଗୁ ପାଇଁ ନିଷ୍ପତ୍ତି ହୋଇଥିଲା । ତେବେ ଜନସାଧାରଣଙ୍କ ଦାବିକୁ ଦୃଷ୍ଟିରେ ରଖି ବାଣିଜ୍ୟ ଓ ପରିବହନ ବିଭାଗର ମାନ୍ୟବର ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ ନିର୍ଦ୍ଦେଶକ୍ରମେ ଏହାକୁ ଫେବ୍ରୁଆରୀ ପହିଲାକୁ ଘୁଞ୍ଚାଯାଇଛି । ଏହି ଅବଧି ମଧ୍ୟରେ ମୋଟର ଯାନ ଆଇନ ଅନୁଯାୟୀ ବୈଧ ପ୍ରଦୂଷଣ ପ୍ରମାଣ ପତ୍ର ନ ଥିବା ଯାନ ମାନେ ପ୍ରଦୂଷଣ ଯାଞ୍ଚ କରାଇନେବାକୁ ବିଭାଗ ପକ୍ଷରୁ ଅନୁରୋଧ କରାଯାଇଛି । ଅବଧିକୁ ବୃଦ୍ଧି କରାଯାଇଥିବାରୁ ଜନସାଧାରଣ ବିବ୍ରତ ନ ହୋଇ ସୁବିଧାରେ ଯାଞ୍ଚ କରାଇବେ ବୋଲି ଆଶା କରାଯାଉଛି । ଫେବ୍ରୁଆରୀ ୧ ପୂର୍ବରୁ କୌଣସି ପେଟ୍ରୋଲ ପମ୍ପରେ କାହାକୁ ମଧ୍ୟ ପ୍ରଦୂଷଣ ସାର୍ଟିଫିକେଟ ପାଇଁ ଇନ୍ଧନ ଦେବାକୁ ମନା କରାଯାଇପାରିବ ନାହିଁ । ଏହି ସମୟରେ ପ୍ରଦୂଷଣ ସାର୍ଟିଫିକେଟ ସଂକ୍ରାନ୍ତରେ ବ୍ୟାପକ ସଚେତନତା କାର୍ଯ୍ୟକ୍ରମ ଗ୍ରହଣ କରିବାକୁ ନିଷ୍ପତ୍ତି ହୋଇଛି ।

Disclaimer: This content has not been generated, created or edited by Achira News.
Publisher: Samaja

Want to join the conversation?

Download our mobile app to comment, share your thoughts, and interact with other readers.

ମୋଟର ଯାନ ପାଇଁ ବୈଧ ପ୍ରଦୂଷଣ ପ୍ରମାଣପତ୍ର ଆବଶ୍ଯ଼କ କରୁଥିବା ନିଯ଼ମକୁ ଘୁଞ୍ଚାଇଲା ଭାରତ | Achira News