Achira News Logo
Achira News

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପ୍ରଥମ ଥର ପାଇଁ ବାଲେଶ୍ୱରର ଫକିରମୋହନ ବିଶ୍ୱବିଦ୍ୟାଳୟ ପରିଦର୍ଶନ କରିଛନ୍ତି।

Dharitri
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପ୍ରଥମ ଥର ପାଇଁ ବାଲେଶ୍ୱରର ଫକିରମୋହନ ବିଶ୍ୱବିଦ୍ୟାଳୟ ପରିଦର୍ଶନ କରିଛନ୍ତି।
Full News
Share:

ବାଲେଶ୍ୱର, ୩।୨( ବାଞ୍ଛାନିଧି ଦେ): ବାଲେଶ୍ୱର ଫକୀରମୋହନ ବିଶ୍ୱବିଦ୍ୟାଳୟରେ ମଙ୍ଗଳବାର ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପହଞ୍ଚିଛନ୍ତି । ବିଶ୍ୱବିଦ୍ୟାଳୟକୁ ଏହା ତାଙ୍କର ପ୍ରଥମ ଗସ୍ତ । ଜିଲା ପ୍ରଶାସନ ଓ ବିଶ୍ୱବିଦ୍ୟାଳୟ ପକ୍ଷରୁ ତାଙ୍କୁ ସ୍ବାଗତ, ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି । କଡା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ରାଷ୍ଟ୍ରପତି ବିଶ୍ୱବିଦ୍ୟାଳୟ ଫାଟକ ସମ୍ମୁଖରେ ଥିବା ଫକୀରମୋହନ ସେନାପତିଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପ ଅର୍ପଣ ପୂର୍ବକ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି। ହେଲିକେପ୍ଟରରେ ଆସି ସେ ବିଶ୍ୱବିଦ୍ୟାଳୟ ପରିସରସ୍ଥ ହେଲିପ୍ୟାଡ଼ରେ ଅବତରଣ କରିଥିଲେ । ରାଜ୍ୟପାଳ ହରିବାବୁ କୁମ୍ଭମପାଟି ଯୋଗ ଦେଇ ଫକୀରମୋହନଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପ ଅର୍ପଣ ପୂର୍ବକ ଶ୍ରଦ୍ଧା ସୁମନ ଜ୍ଞାପନ କରିଥିଲେ । ଏହାପରେ ବିଶ୍ୱବିଦ୍ୟାଳୟ ପରିସରରେ ଥିବା ସମସ୍ତ ବରପୁତ୍ରଙ୍କ ପ୍ରତିମୂର୍ତ୍ତିରେ ରାଷ୍ଟ୍ରପତି ମାଲ୍ୟାର୍ପଣ କରିଥିଲେ । ରାଷ୍ଟ୍ରପତି ବିଶ୍ୱବିଦ୍ୟାଳୟ ଗେଷ୍ଟ ହାଉସରେ ମଧ୍ୟାହ୍ନ ଭୋଜନ କରି ବିଶ୍ରାମ ନେବାର କାର୍ଯ୍ୟକ୍ରମ ରହିଛି । ଅପରାହ୍ନ ୨ଟା ୩୦ରେ ସମାବର୍ତ୍ତନ ଉତ୍ସବରେ ରାଷ୍ଟ୍ରପତି ଉଦ୍‌ବୋଧନ ଦେବେ । ଏହି ଅବସରରେ ଉଚ୍ଚ ଶିକ୍ଷାମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ, ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ, ସରକାରୀ ଉପମୁଖ୍ୟ ସଚେତକ ତଥା ରେମୁଣା ବିଧାୟକ ଗୋବିନ୍ଦ ଚନ୍ଦ୍ର ଦାସ, ସିମୁଳିଆ ବିଧାୟକ ଗୋବିନ୍ଦ ଚନ୍ଦ୍ର ଦାସ, ସଦର ବିଧାୟକ ମାନସ କୁମାର ଦତ୍ତ, କୁଳପତି ପ୍ରଫେସର ସନ୍ତୋଷ କୁମାର ତ୍ରିପାଠୀ ପ୍ରମୁଖ ଉପସ୍ଥିତ ଅଛନ୍ତି ।

Disclaimer: This content has not been generated, created or edited by Achira News.
Publisher: Dharitri

Want to join the conversation?

Download our mobile app to comment, share your thoughts, and interact with other readers.

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପ୍ରଥମ ଥର ପାଇଁ ବାଲେଶ୍ୱରର ଫକିରମୋହନ ବିଶ୍ୱବିଦ୍ୟାଳୟ ପରିଦର୍ଶନ କରିଛନ୍ତି। | Achira News