ମେଷ ଧନ ଲାଭ ଏବଂ ସଫଳତାର ସମୟ
ମେଷ :କୃଷ୍ଣପକ୍ଷର ଚତୁର୍ଥ ଚନ୍ଦ୍ର ଯୋଗୁ ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ଆର୍ଥିକ ସ୍ଥିତିରେ ସୁଧାର ଆସିବ । ପୂର୍ବରୁ ହୋଇଥିବା କ୍ଷତିର ଭରଣା କରିବାରେ କିଛି ମାତ୍ରାରେ ସମର୍ଥ ହେବେ ଏବଂ ସ୍ୱଜନ, ପରିଜନ, ବନ୍ଧୁବାନ୍ଧବ, ପଡ଼ୋଶୀଙ୍କ ସହଯୋଗ ମିଳିବ । ଆକସ୍ମିକ ଧନଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ଅନ୍ୟକୁ ଦେଇଥିବା ଧନ ଓ ହୃତଧନ ଫେରିପାଇବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ପରିବହନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବ । ଯେଉଁମାନଙ୍କର ଅଶ୍ୱିନୀ ଓ ଦ୍ୱିଜା ମେଷ, ସେମାନେ ଉପକୃତ ହେବେ । ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୬, ଆରାଧନା : ପ୍ରଭୁ ସ୍କନ୍ଦ । ବୃଷ :ତୃତୀୟ ଚନ୍ଦ୍ର, ସୋମବାର ଓ ବୁଧଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ନୂତନ କର୍ମାରମ୍ଭ କରିପାରନ୍ତି କିମ୍ବା ନୂତନ ନିଯୁକ୍ତିର ସୁଯୋଗ ସୃଷ୍ଟି ହୋଇପାରେ । ସ୍ୱଜନ, ପରିଜନଙ୍କ ସହ ସୁସମ୍ପର୍କ, ଭାଇଭଉଣୀଙ୍କ ସହ ସଦ୍ଭାବ ଏବଂ ପଡ଼ୋଶୀଙ୍କ ସାହାଯ୍ୟ, ସହଯୋଗ ମିଳିପାରେ । ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ ପ୍ରକାଶ ପାଇବ ଏବଂ ଉନ୍ନତିମୂଳକ କର୍ମରେ ଧ୍ୟାନ ଅଧିକ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସହକର୍ମୀଙ୍କ ସହଯୋଗ ମିଳିବ । ଯେଉଁମାନଙ୍କର ରୋହିଣୀ ବୃଷ, ସେମାନେ ସୁଫଳ ପାଇବେ । ଶୁଭ ରଙ୍ଗ : ସିଲ୍ଭର, ସଂଖ୍ୟା : ୨, ଆରାଧନା : ମା’ ଗାୟତ୍ରୀ । ମିଥୁନ :ଘାତବାର, କୃଷ୍ଣପକ୍ଷର ଦ୍ୱିତୀୟ ଚନ୍ଦ୍ର ଯୋଗୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର କଲାବେଳେ ସତର୍କତା ଅବଲମ୍ବନ କରିବେ । ମନରେ ଦୁଶ୍ଚିନ୍ତା, ଦୁର୍ଭାବନା, ହତୋତ୍ସାହ ଭାବ ପ୍ରକାଶ ପାଇବ ଏବଂ ଶାରୀରିକ ପୀଡ଼ା ଭୋଗିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ ଅଧିକ ହେବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିଯିବ । କର୍ମରେ ବିଫଳତା ଓ ସମସ୍ତ କର୍ମରେ ଅଯଥା ବିଳମ୍ବ ଦେଖାଦେବ । ଯେଉଁମାନଙ୍କର ପୁନର୍ବସୁ ମିଥୁନ, ସେମାନେ ସତର୍କ ହେବେ । ଶୁଭ ରଙ୍ଗ : ମେରୁନ୍, ସଂଖ୍ୟା : ୮, ଆରାଧନା : ମା’ ଷୋଡ଼ଶୀ । କର୍କଟ :ଶ୍ରୀଚନ୍ଦ୍ର, ସୋମବାର ଓ ବୁଧଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଧନ, ମାନ, ସମ୍ମାନ, ସ୍ୱଜନରେ ସୁସମ୍ପର୍କ, ପରିବାରରେ ସୁଖଶାନ୍ତି, ଲକ୍ଷ୍ମୀଙ୍କର କୃପା ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ । ଆମୋଦପ୍ରମୋଦ, ମଉଜ ମଜଲିସ୍ରେ ଅଧିକ ଆଗ୍ରହ ରହିବ ଏବଂ ପରିବାରର ସମସ୍ତ ସଦସ୍ୟଙ୍କ ମଧ୍ୟରେ ବୁଝାମଣା ରହିବ । ପୁତ୍ରକନ୍ୟା, ଭାତୃଭଗ୍ନିଙ୍କ ବୈବାହିକ କର୍ମର ଆୟୋଜନ କରିବେ କିମ୍ବା ପରିବାର ସହ କୌଣସି ବୈବାହିକ କର୍ମରେ ଯୋଗ ଦେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହାହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ରହିବ । କର୍ମରେ ସ୍ୱଳ୍ପ ପରିଶ୍ରମରେ ଅଧିକ ସଫଳତା ମିଳିବ । ଯେଉଁମାନଙ୍କର ପୁଷ୍ୟା କର୍କଟ, ସେମାନେ ସୁଫଳ ପାଇବେ । ଶୁଭ ରଙ୍ଗ : ଲାଲ, ସଂଖ୍ୟା : ୩, ଆରାଧନା : ଭଗବାନ ଶିବ । ସିଂହ :କୃଷ୍ଣପକ୍ଷର ଦ୍ୱାଦଶ ଚନ୍ଦ୍ର ଯୋଗୁ ଅପବ୍ୟୟ, ଅପବାଦ, ଅପଯଶରୁ ମୁକ୍ତି ମିଳିବ ଏବଂ ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ ଏବଂ ପରିବାରର ଖର୍ଚ୍ଚଭାର କମ୍ ରହିବ । ଠିକ୍ ସମୟରେ ଠିକ୍ ନିଷ୍ପତ୍ତି ନେବାରେ ସମର୍ଥ ହେବେ ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ଗ୍ରହଣ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତିରେ ସୁଧାର ଆସିବ । କର୍ମରେ ସଫଳତା ଏବଂ ସମସ୍ତ ଅଟକିଥିବା କାମକୁ ଆଜି ସଫଳତାର ସହ ସମ୍ପାଦନ କରିବେ । ଯେଉଁମାନଙ୍କର ମଘା ଓ ପୂର୍ବା ପାଲ୍ଗୁନୀ ସିଂହ, ସେମାନେ ଉପକୃତ ହେବେ । ଶୁଭ ରଙ୍ଗ : ଧଳା, ସଂଖ୍ୟା : ୩, ଆରାଧନା : ମା’ ମାଣିକେଶ୍ୱରୀ । କନ୍ୟା :ଏକାଦଶ ଚନ୍ଦ୍ର, ସୋମବାର ଏବଂ ବୁଧଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଭାଗ୍ୟରେ, କର୍ମରେ, ଆର୍ଥିକ ଅବସ୍ଥାରେ ଉନ୍ନତି ଆସିବ ଏବଂ ଧନ, ସମ୍ପଦ ବୃଦ୍ଧି ପାଇବ । ମୂଲ୍ୟବାନ ଧାତୁ, ଭୂମି ଓ ଯାନବାହନ କ୍ରୟ କରିବେ ଏବଂ ଉନ୍ନତିମୂଳକ କର୍ମରେ ଧନ ଓ ଧ୍ୟାନ ଉଭୟ ବିନିଯୋଗ କରିବେ । ଖର୍ଚ୍ଚପ୍ରତି ଅନାଗ୍ରହ, ସଞ୍ଚୟ ପ୍ରତି ମନରେ ଆଗ୍ରହ ପ୍ରକାଶ ପାଇବ ଏବଂ ଆୟର କିଛି ଅଂଶ ସଞ୍ଚୟରେ ବିନିଯୋଗ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବ । ଯେଉଁମାନଙ୍କର ହସ୍ତା କନ୍ୟା, ସେମାନେ ଉପକୃତ ହେବେ । ଶୁଭ ରଙ୍ଗ : କଫି, ସଂଖ୍ୟା : ୧୨, ଆରାଧନା : ଷୋଡ଼ଶୀ । ତୁଳା :ଦଶମ ଚନ୍ଦ୍ର ଓ ବୁଧଙ୍କ ନକ୍ଷତ୍ର ଭୋଗ ହେଉଥିôବାରୁ ଅସମ୍ଭବକୁ ସମ୍ଭବ କରିବାରେ ସମର୍ଥ ହେବେ ଏବଂ ସମସ୍ତ ଆଶା, ଆକାଂକ୍ଷା, ଅଭିଳାଷ ପୂର୍ଣ୍ଣ ହେବ । ମନରେ ପ୍ରସନ୍ନତା, ଚାଲିଚଳନରେ ସଂଯମତା, ବଚନରେ ମଧୁରତା ଏବଂ ସମସ୍ତ କର୍ମରେ ସ୍ୱଚ୍ଛତା ଓ ସମୟାନୁବର୍ତ୍ତିତା ଆପଣାଇବେ । ମନରେ ସତ୍ଚିନ୍ତା, ସତ୍ଭାବନା ପ୍ରକାଶ ପାଇବ ଏବଂ ସତ୍କର୍ମରେ ଅଧିକ ଆଗ୍ରହ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟର ସୁଯୋଗ ଜୁଟିବ । ଯେଉଁମାନଙ୍କର ସ୍ୱାତୀ ତୁଳା, ସେମାନେ ଉପକୃତ ହେବେ । ଶୁଭ ରଙ୍ଗ : ସବୁଜ, ସଂଖ୍ୟା : ୩, ଆରାଧନା : ମା’ କମଳା । ବିଛା :କୃଷ୍ଣପକ୍ଷର ନବମ ଚନ୍ଦ୍ର ଯୋଗୁ ମାନ, ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମନୋବାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ନିଜର ପ୍ରିୟ ବନ୍ଧୁ କିମ୍ବା ପୁରାତନ ବନ୍ଧୁଙ୍କଠାରୁ ଅପମାନ ମିଳିପାରେ । ମନ ଅସ୍ଥିର, ବିଷାଦଗ୍ରସ୍ତ ରହିବ ଏବଂ ଅପମାନ, ଅପଯଶ ଓ ଅପନିନ୍ଦା ମିଳିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ପଦସ୍ଥ ଅଧିକାରୀଙ୍କ ରୋଷର ଶିକାର ହେବେ । ଯେଉଁମାନଙ୍କର ବିଶାଖା ଓ ଜ୍ୟେଷ୍ଠା ବିଛା, ସେମାନେ ସତର୍କ ହେବେ । ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୩, ଆରାଧନା : ମା’ ବଗଳାମୁଖୀ । ଧନୁ :ଅଷ୍ଟମ ଚନ୍ଦ୍ର ଯୋଗୁ ମନରେ ବିରକ୍ତିଭାବ ଓ ଚିଡ଼ିଚିଡ଼ାପଣ ପ୍ରକାଶ ପାଇବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ଶାରୀରିକ ପୀଡ଼ା ଭୋଗିବେ । ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ନେବେ ଏବଂ ବିନା କାରଣରେ ବହୁତ ବ୍ୟସ୍ତ ରହିବେ । ଉଚିତ୍ କର୍ମରୁ ବିଚ୍ୟୁତ ହୋଇ ଅନୁଚିତ୍ କର୍ମରେ ଆଗ୍ରହ ରଖିବେ ଏବଂ ସତ୍ସଙ୍ଗ ପରିତ୍ୟାଗ କରି କୁସଙ୍ଗରେ ପଡ଼ିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମ କଣ୍ଟକ ସଦୃଶ ମନେ ହେବ । ଯେଉଁମାନଙ୍କର ଉତ୍ତରାଷାଢ଼ା ଧନୁ, ସେମାନେ ସତର୍କ ହେବେ । ଶୁଭ ରଙ୍ଗ : ଗୋଲାପି, ସଂଖ୍ୟା : ୫, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ । ମକର :ସପ୍ତମ ଚନ୍ଦ୍ର, ସୋମବାର ଓ ବୁଧଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ମାନସିକ, ପାରିବାରିକ ଶାନ୍ତି, ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ ଏବଂ ପରିଚିତ ମହିଳାଙ୍କଠାରୁ ସାହାଯ୍ୟ, ସହଯୋଗ ଓ ଧନ ମିଳିବ । ମୂଲ୍ୟବାନ ଧାତୁ, ବସନଭୂଷଣ, ସୌଖୀନ ଘରୋଇ ଉପକରଣ କ୍ରୟ କରିବେ ଏବଂ ଆମୋଦପ୍ରମୋଦ, ମଉଜ ମଜଲିସ୍ରେ ଅଧିକ ଧନ ଖର୍ଚ୍ଚ କରିବେ । ପୁତ୍ରକନ୍ୟା, ଭାଗୃଭଗ୍ନିଙ୍କ ବୈବାହିକ କର୍ମର ଆୟୋଜନ କରିବେ ଏବଂ ପରିବାର ପ୍ରତି ଅଧିକ ଧ୍ୟାନ ଦେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ମହିଳା ସହକର୍ମୀଙ୍କ ସାହାଯ୍ୟ, ସହଯୋଗ ମିଳିବ । ଯେଉଁମାନଙ୍କର ଶ୍ରବଣା ମକର, ସେମାନେ ସୁଫଳ ପାଇବେ । ଶୁଭ ରଙ୍ଗ : ବାଇଗଣୀ, ସଂଖ୍ୟା : ୧୧, ଆରାଧନା : ମା’ ଦୁର୍ଗା । କୁମ୍ଭ :ଷଷ୍ଠ ଚନ୍ଦ୍ର ଯୋଗୁ ରୋଗ, ଋଣ, ଦୁଃଖ, ଶୋକ, କ୍ଳେଶ ଏବଂ ମାନସିକ ଅବସାଦରୁ ସାମୟିକ ମୁକ୍ତି ମିଳିବ ଏବଂ ଦେହ, ମନ ସୁସ୍ଥ ରହିବ । ପରୋପକାର, ସମାଜସେବା ଓ ଧାର୍ମିକ କର୍ମରେ ଅଧିକ ଆଗ୍ରହ ରହିବ ଏବଂ ମହତ୍ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିବେ । ଗୁରୁଜନଙ୍କ ପ୍ରତି ସମ୍ମାନ, ଲଘୁଜନଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା ଓ ଆନ୍ତରିକତା ଅଧିକ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତ କର୍ମରେ ନିଜର ଶ୍ରେଷ୍ଠତା ପ୍ରତିପାଦନ କରିବେ । ଯେଉଁମାନଙ୍କର ଶତଭିଷା କୁମ୍ଭ, ସେମାନେ ଉପକୃତ ହେବେ । ଶୁଭ ରଙ୍ଗ : ଇନ୍ଦ୍ରନୀଳ, ସଂଖ୍ୟା : ୩, ଆରାଧନା : ମା’ ଭୈରବୀ । ମୀନ :କୃଷ୍ଣପକ୍ଷର ପଞ୍ଚମ ଚନ୍ଦ୍ର, ଘାତ ନକ୍ଷତ୍ର ଯୋଗୁ ମାନ, ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମନୋମାଳିନ୍ୟ ଏବଂ ଇତର ଜନଠାରୁ ଅପମାନ ପାଇବେ । ସନ୍ତାନମାନଙ୍କ ଶିକ୍ଷା, ଦୀକ୍ଷା, କର୍ମରେ ବାଧାବିଘ୍ନ ଉପୁଜିବ ଏବଂ ସେମାନେ ବିଶୃଙ୍ଖଳିତ ହେବେ । ପାରିବାରିକ ବିବାଦ ଉଗ୍ରରୂପ ଧରଣ କରିବ ଏବଂ ପୈତୃକ ସମ୍ପତ୍ତିକୁ ନେଇ ବିବାଦ ଦେଖାଦେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁମାନଙ୍କର ପୂର୍ବଭାଦ୍ର ଓ ରେବତୀ ମୀନ, ସେମାନେ ସତର୍କ ହେବେ । ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୯, ଆରାଧନା : ମା’ ମାଣିକେଶ୍ୱରୀ । ଜ୍ୟୋତିର୍ବିଦ୍ : କୈଳାସ ଦାଶ ଯୋଗାଯୋଗ : ୯୪୩୭୧୩୩୪୭୩